Odisha Link
Bridging the Missing Links in Odisha

ଭୁବନେଶ୍ବରରୁ ଆଉ ୧୧୮ ଆକ୍ରାନ୍ତ ଚିହ୍ନଟ, ୯୦ ସୁସ୍ଥ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ସ୍ଥିତି ଅଣାୟତ୍ତ। ଆଜି ଭୁବନେଶ୍ବରରେ ଆଉ ୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭୨ରେ ପହଁଞ୍ଚିଛି। ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ମିଳିଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଏଥିସହିତ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୪୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୧ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୦୧ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Comments are closed.