Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୨୫୦ ପାଖାପାଖି ପହଁଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୧୮୩୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୧୨ ଜଣଙ୍କର ମୃତ୍ୟୁ। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଥିବା ବେଳେ ଢେଙ୍କାନାଳ, ଗଜପତି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି।

Comments are closed.