Odisha Link
Bridging the Missing Links in Odisha

କରୋନା: ୨୪ ଘଣ୍ଟାରେ ୬୨ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଏପରିକି କ୍ରମାଗତ ଭାବେଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨୦ ଲକ୍ଷ ୨୭ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ନୂଆ ୬୨,୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୮୮୬ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୪୯,୭୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୭,୦୭୪ରେ ପହଁଞ୍ଚିଛି। ସେମଧ୍ୟରୁ ୪୧,୫୮୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୬,୦୭,୩୮୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧୩,୭୮,୧୦୫ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆାଶ୍ବସ୍ତିକର ଖବର।

ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

Comments are closed.