Odisha Link
Bridging the Missing Links in Odisha

ଭୁବନେଶ୍ବରରେ ଅଣାୟତ୍ତ କରୋନା: ଆଉ ୧୯୦ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟ ରାଜଧାନୀ ଭୁବନେଶ୍ବରରେ ଅଣାୟତ୍ତ କରୋନା ସଂକ୍ରମଣ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ କେବଳ ରାଜଧାନୀ ଭୁବନେଶ୍ବରରେ ୧୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ବରରେ ୩୭୬୩ରେ ପହଁଞ୍ଚିଛି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୮ ଜଣ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨ଟି ଲୋକାଲ କେସ୍‌ ରହିଛି। ଏଥସିହିତ ୧୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାିଛି।

ଭୁବନେଶ୍ବରରେ ବର୍ତ୍ତମାନ ୩୭୬୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ୨୩୬୦ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ୧୩୮୩ ଜଣ ସକ୍ରିୟ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.