ରେକର୍ଡ ଭାଙ୍ଗୁଛି ମୃତ୍ୟୁ ସଂଖ୍ୟା: ଆଜି ସର୍ବାଧିକ ୧୪ଜଣ ମୃତ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଦୈନିକ ସଂକ୍ରମଣ ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୧୪ ଜଣଙ୍କର କରୋନେ ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୬ରେ ପହଁଞ୍ଚିଛି। ଏଥିସହିତ ଅନ୍ୟ କାରଣରୁ ଆଉ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ନନ୍-କୋଭିଡ ମୃତ୍ୟୁ ସଂଖ୍ୟା ୫୧ରେ ପହଁଞ୍ଚିଛି।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ନୟାଗଡ଼ରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନ୍ୟପଟେ ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।