ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଭାଲୁପାହାଡି ସାହିରେ ଘର ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସେହି ଗ୍ରାମର ଲିଟୁ ନାଏକ। କୌଣସି କାରଣରୁ ସେ ଶୋଇବା ଘରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି।
ତେବେ ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇ ପୋଲିସ ତଦନ୍ତ ଜାରି ରଖିଛି।