Odisha Link
Bridging the Missing Links in Odisha

ଆମ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ କରୋନା ମୁକାବିଲା ପାଇଁ ସମୀକ୍ଷା ବୈଠକ କରିଛନ୍ତି। ଏହି ଅବସରରେ ୪ଟି ଜିଲ୍ଲାରୁ ଅଧିକ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଓ ଯାଜପୁରକୁ ଅଧିକ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ସେ ଆହୁରି କହିଛନ୍ତି ଯେ, କରୋନା ରୋଗୀଙ୍କ ଯାବତୀୟ ଚିକିତ୍ସା ଖର୍ଚ୍ଚ ସରକାର ବହନ କରୁଛନ୍ତି। ଖାଇବା, ପିଇବା, ଔଷଧ ଓ ପରିବହନ ଆଦି ସବୁ ସୁବିଧା ମାଗଣାରେ ମିଳୁଛି। ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ମିଳୁଛି। ଆମ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ବୋଲି କହିବା ସହ ଲକ୍ଷଣ ଦେଖିଲେ ଟେଷ୍ଟି ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି। ଏହା ଦ୍ୱାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହ ଆରୋଗ୍ୟ ହାର ବଢିବ ବୋଲି ସେ କହିଛନ୍ତି।

Comments are closed.