Odisha Link
Bridging the Missing Links in Odisha

୨୪ ଘଣ୍ଟାରେ ୪୦ ହଜାର କୋଭିଡ ଟେଷ୍ଟ: ପ୍ରଦୀପ୍ତ ମହାପାତ୍ର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବଗିଡ଼ିବାରେ ଲାଗିଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ଟେଷ୍ଟିଂ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ଏନେଇ ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ କରୋନା ଟେଷ୍ଟ କରାଯାଇଛି। ଗୋଟିଏ ଦିନରେ ସର୍ବାଧିକ ୪୦ ହଜାର ୭୧୧ଟି ଟେଷ୍ଟ କରାଯାଇଛି। ଆଟଟିପିସିଆର, ଆଣ୍ଟିଜେନ ଓ ଟ୍ରୁନଟ ମାଧ୍ୟମରେ ଟେଷ୍ଟ କରାଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

ଏଥିସହିତ କ୍ରମାଗତ ଭାବେ ଗତ ୪ ଦିନ ହେଲା ଟେଷ୍ଟିଂରେ ବୃଦ୍ଧି ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଅଗଷ୍ଟ ୨୦ ତାରିଖ ସୁଦ୍ଧା ୫୦ ହଜାରରୁ ଅଧିକ ଟେଷ୍ଟ ହେବ ବୋଲି ପ୍ରଦୀପ୍ତ କହିଛନ୍ତି।

Comments are closed.