Odisha Link
Bridging the Missing Links in Odisha

ଆଜି କରୋନା ନେଲା ଆଉ ୯ ଜୀବନ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନ ସଂକ୍ରମଣରେ ଆଜି ୯ ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ ଜଣ ମୃତ୍ୟୁ ହୋଇଛି। ଅନ୍ୟପଟେ କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ସୁନ୍ଦରଗଡ଼ ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକରେ ୨୩ ଓ ୭୨ ବର୍ଷୀୟ ଏବଂ ମୟୂରଭଞ୍ଜର ୬୦ ଓ ୫୮ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ର ୮୧ ଓ କନ୍ଧମାଳର ୬୧ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । କେବଳ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବାବେଳେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି ।

Comments are closed.