Odisha Link
Bridging the Missing Links in Odisha

କରୋନା: ଆଉ ୧୦ ମୃତ, ମୋଟ ୩୨୪

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୩୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରୁ ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ପୁରୀରୁ ୩ ଜଣ ମୃତ୍ୟୁ ବରଣ କରିଛନ୍ତି। ସେହିପରି କଟକ,ସମ୍ବଲପୁର ଓ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।

Comments are closed.