Odisha Link
Bridging the Missing Links in Odisha

ଲଘୁଚାପ: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଆସନ୍ତା ୧୬ ତାରିଖ ଯାଏଁ ସ‌ାରା ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ। ଆସନ୍ତା ଦୁଇ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସମ୍ଭବାନା ଥିବାରୁ ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ବାସଙ୍କ ସୂଚନା ମୁତାବକ, ୨୪ ଘଣ୍ଟା ପାଇଁ ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭବାନା ରହିଛି। ସତର୍କ ରହିବାକୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ଗଞ୍ଜାମ, କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ‌‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.