Odisha Link
Bridging the Missing Links in Odisha

ଜଳେଶ୍ବର ଥାନା ଆଇଆଇସି ନିଲମ୍ବିତ

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଆଇଆଇସି ନିଲମ୍ବିତ। ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ପୁଲିସ୍ ଡିଜି ଅଭୟ ଏପରି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି। ଜଳେଶ୍ବର ଥାନା ଆଇଆଇସି ଧନେଶ୍ବର ସାହୁଙ୍କୁ ପୁଲିସ ଡିଜି ଅଭୟ ନିଲମ୍ବନ କରିଛନ୍ତି। ଏ ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି ଡିଜିପି। ଗତକାଲି ବାଲେଶ୍ବର ଏସ୍‌ପିଙ୍କୁ ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାର ତଦନ୍ତ ନିର୍ଦେଶ ଦେଇଥିଲେ ଆଇଜି ଦୀପ୍ତେଶ ପଟ୍ଟନାୟକ। ଏହାପରେ ଡିଜିପି ଅଭୟ ଏହି କାର୍ଯାନୁଷ୍ଠାନ ଗ୍ରହଣ କରିଥିବା କୁହାଯାଉଛି।

ସୂଚନା ଅନୁସାରେ, ନିଶା କାରବାରରେ ଧରାପଡ଼ି ଜାମିନରେ ବାହାରିବା ପରେ ମାଫିଆ ଜଣକ ଜବତ ଗାଡ଼ିକୁ ଛଡ଼ାଇବା ପାଇଁ ପୁଲିସ ଅଧିକାରୀଙ୍କ ସହ ମୁଲଚାଲ କରୁଥିବାର ଅଡ଼ିଓ ସାମ୍ନାକୁ ଆସିଥିଲା। ଫୋନର ଗୋଟିଏ ପଟେ ଅଛନ୍ତି ଡ୍ରଗ୍ସ ମାଫିଆ ଓ ଆଉ ଗୋଟିଏ ପଟେ ଅଛନ୍ତି ଜଳେଶ୍ୱର ଥାନାର ଆଇଆଇସି ଧନେଶ୍ୱର ସାହୁ। ଡ୍ରଗ୍ସ ମାଫିଆଜଣକ ବ୍ରାଉନସୁଗାର କାରବାର କରି ଧରାପଡ଼ିବା ପରେ ଏବେ ଜାମିନରେ ଅଛି। କିନ୍ତୁ ତାର ଜବତ ଗାଡ଼ି ଜଳେଶ୍ୱର ଥାନା ଆଇଆଇସିଙ୍କ କବଜାରେ ଅଛି। ଉକ୍ତ ଗାଡ଼ିକୁ ଛଡ଼ାଇବା ପାଇଁ ମାଫିଆ ଜଣକ ପୁଲିସ ଆଇଆଇସିଙ୍କୁ ୨ଲକ୍ଷ ଟଙ୍କା ଦେଇଥିବା କଥା କହୁଥିବା ସ୍ପଷ୍ଟ ଶୁଣାଯାଉଛି।

Comments are closed.