Odisha Link
Bridging the Missing Links in Odisha

ଓଡ଼ିଶାରେ କରୋନା: ଦିନକରେ ଆଉ ୧୦ ମୃତ, ମୋଟ ୩୪୩

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ଜୁଲାଇ ମାସ ପରି ଅଗଷ୍ଟ ମାସରେ ମଧ୍ୟ କରୋନା ଗ୍ରାଫ୍‌ ଉପର ମୁହାଁ। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲା ୨ଜଣ, ଭଦ୍ରକ, ବଲାଙ୍ଗୀର, କଟକ, ଯାଜପୁର, କନ୍ଧମାଳ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଥାଉକି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୯୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୦୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୫୫୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.