Odisha Link
Bridging the Missing Links in Odisha

ଆହୁରି ବର୍ଷିବ,୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ମୟୁରଭଞ୍ଜ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ରହିଛି।

ଏଥିସହ ମାଲକାନଗିରିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ଜରୁରୀ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦେବା ସହ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆସନ୍ତା ୧୮ ତାରିଖରୁ ୨୦ ତାରିଖ ଯାଏଁ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୮ରୁ ୧୯ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ସମ୍ବଲପୁର ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Comments are closed.