Odisha Link
Bridging the Missing Links in Odisha

ଓଡିଶାରେ କରୋନା: ଦିନକରେ ୧୦ ମୃତ, ମୋଟ ୩୫୩

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ଆଜି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୯୬୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୩୫୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୯୫୮୯୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.