Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୫ମୃତ

ଅହମ୍ମଦାବାଦ: ଅହମ୍ମଦାବାଦ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୁଜୁରାଟ ନାଡିଆଡ଼ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ-୮ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲେ ଯେ, କାର୍‌ଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ଜାତୀୟ ରାଜପଥରେ‌ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ‌ ହୋଇଥିଲା। ଦୁଇ କାର୍‌ର ବେଗ ଖୁବ୍‌ ଅଧିକ ଥିଲା ଯାହା ଫଳରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ ପୋଲିସକୁ ଘଟଣାସମ୍ପର୍କରେ ଖବର ଦେଇଥିଲେ। ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଆହତମାନଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସ୍ୱାସ୍ଥ୍ୟବସ୍ଥା ଗମ୍ଭୀର ଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ।

Comments are closed.