Odisha Link
Bridging the Missing Links in Odisha

ବିଗତ ୧୪ ଦିନରେ ଭାରତରୁ ଅଧିକ କରୋନା ପଜିଟିଭ ସଂଖ୍ୟା: WHO

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବିଗୁଡ଼ିଛି କରୋନା ସ୍ଥିତି। ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏସବୁ ମଧ୍ୟରେ ଭାରତକୁ ନେଇ WHO ଦେଇଛି ଚିନ୍ତାଜନକ ରିପୋର୍ଟ। WHO ରିପୋର୍ଟ ଅନୁସାରେ ବିଗତ ୧୪ ଦିନରେ ଭାରତରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହାକି ସାରା ବିଶ୍ବରେ ଅଧିକ। ଅର୍ଥାତ୍‌ ଅନ୍ୟ ଦେଶ ଅପେକ୍ଷା ଭାରତରେ ଦୈନିକ ଅଧିକ ପଜିଟିଭ ସଂଖ୍ୟା ସାମ୍ନାକୁ ଆସିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨୭ଲକ୍ଷ ୦୨ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ନୂଆ ୫୫,୦୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୮୭୬ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୫୭,୯୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭,୦୨,୭୪୨ ରେ ପହଁଞ୍ଚିଛି। ସେମଧ୍ୟରୁ ୫୧,୭୯୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୬,୭୩,୧୬୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧୯,୭୭,୭୭୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆାଶ୍ବସ୍ତିକର ଖବର।

ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

Comments are closed.