Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୧୦ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଜନିତ ମୃତ୍ୟୁ ବଢ଼ିବାରେ ଲାଗିଛି। ବୁଧବାର ରାଜ୍ୟରେ ମୋଟ ୧୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତନ୍ମଧ୍ୟରୁ ଗଞ୍ଜାମରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ଏବଂ ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ୧୦ ଜଣଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି ପାଇଛି ।

ପ୍ରକାଶ ଯେ, ବୁଧବାର ମୋଟ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତନ୍ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୭୪ ଜଣ ଓ ଲୋକାଲ କେସ ୧୦୧୫ ବୋଲି ଜଣାଯାଇଛି । ଆଜିର ୨୫୮୯ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୬୭ ହଜାର ୧୨୨କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ କରୋନାରୁ ୪୫,୩୪୧ ଜଣ ସୁସ୍ଥ ହୋଇଥିବାବେଳେ ଆକ୍ଟିଭ କେସ ୨୧, ୩୮୩ ବୋଲି ଜଣାଯାଇଛି ।

Comments are closed.