ରାଜ୍ୟରେ ଲାଗି ରହିଛି ବର୍ଷା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଲଘୁଚାପ ପ୍ରଭାବରେ ଆଜି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗିର, ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହାସହ ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାର ଏହି ଜିଲ୍ଲାଗୁଡିକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣଂ ଜାରି କରିବା ସହ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଜିଲ୍ଳା ଗୁଡିକରେ ବି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।