Odisha Link
Bridging the Missing Links in Odisha

ପ୍ରକାଶ ପାଇଲା ମଦ୍ରାସା ବୋର୍ଡ ପରୀକ୍ଷା ଫଳ: ପାସ୍‌ ହାର ୮୦.୭୮%

ଭୁବନେଶ୍ବର: ଆଜି ମଧ୍ୟାହ୍ନରେ ଓଡ଼ିଶା ମଦ୍ରାସା ବୋର୍ଡ ଅଧୀନରେ ପରୀକ୍ଷା ଦେଇଥିବା ମୌଲବୀ (ମାଟ୍ରିକ୍‌), ମାହିର (ଯୁକ୍ତ-୨), ଅଲିମ୍‌ (ଯୁକ୍ତ-୩), ଫାଜିଲ୍‌ (ପି.ଜି) ସ୍ତରୀୟ ପରୀକ୍ଷା ଫଳ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ପ୍ରକାଶିତ ହୋଇଛି । ଚଳିତ ବର୍ଷ ରାଜ୍ୟରେ ମୋଟ ୧୩୦୬ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୫୫ ଜଣ ବିଦ୍ୟାର୍ଥୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହାର ପାସ ହାର ଶତକଡ଼ା ୮୦.୭୮ ହୋଇଛି ।

ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ପ୍ରଦୀପ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସ୍ନେହମୟୀ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ । ଆଜି ମଧ୍ୟାହ୍ନରେ ଓଡ଼ିଶା ମଦ୍ରାସା ବୋର୍ଡ ଅଧୀନରେ ପରୀକ୍ଷା ଦେଇଥିବା ମୌଲବୀ (ମାଟି୍ରକ୍‌), ମାହିର (ଯୁକ୍ତ-୨), ଅଲିମ୍‌ (ଯୁକ୍ତ-୩), ଫାଜିଲ୍‌ (ପି.ଜି) ସ୍ତରୀୟ ପରୀକ୍ଷା ଫଳ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ପ୍ରକାଶିତ ହୋଇଛି ।

ଚଳିତ ବର୍ଷ ରାଜ୍ୟରେ ମୋଟ ୧୩୦୬ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୫୫ ଜଣ ବିଦ୍ୟାର୍ଥୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହାର ପାସ ହାର ଶତକଡ଼ା ୮୦.୭୮ ହୋଇଛି । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ପ୍ରଦୀପ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶିକା ସ୍ନେହମୟୀ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.