ଅଗଷ୍ଟ ୨୩ରେ ଆଉ ଏକ ଲଘୁଚାପ !

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପାଇଁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ମଧ୍ୟରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଉ ଏକ ସୂଚନା ଦିଆଯାଇଛି। ଆସନ୍ତା ୨୩ଅଗଷ୍ଟ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଗୋଟିଏ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
#୨୩ଅଗଷ୍ଟ ବେଳକୁ #ଉତ୍ତର-ପଶ୍ଚିମ #ବଙ୍ଗୋପସାଗର ଅଂଚଳରେ ଗୋଟିଏ #ଲଘୁଚାପ #ସୃଷ୍ଟିହେବାର #ସମ୍ଭାବନା ରହିଛି | pic.twitter.com/5XTaVEGPsi
— Meteorological Centre, Bhubaneswar (@mcbbsr) August 19, 2020
ରାଜ୍ୟରେ ଆଜି ଲଘୁଚାପ ପ୍ରଭାବରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗିର, ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହାସହ ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାର ଏହି ଜିଲ୍ଲାଗୁଡିକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣଂ ଜାରି କରିବା ସହ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
Comments are closed.