Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ପ୍ରତିଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା। କରୋନାରେ ଆଉ ୮ ଜଣଙ୍କ ମୃତ୍ୟୁ ଘଟିଛି। କରୋନାରେ ଜୀବନ ହରାଇଥିବା ୮ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣ ଥିବାବେଳେ ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି। ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୩୮୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମର ୩ ଜଣ ମୃତକ ପୁରୁଷଙ୍କ ବୟସ ୮୨, ୬୨ ଓ ୪୮ ବର୍ଷ। ଅପରପକ୍ଷରେ ଗଞ୍ଜାମର ଯେଉଁ ମହିଳା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି, ତାଙ୍କର ବୟସ ୫୭ ବର୍ଷ ବୋଲି ଜଣାଯାଇଛି। କଟକର ଜଣେ ୮୨ ବର୍ଷ ବୟସ୍କ ପୁରୁଷ, ଢେଙ୍କାନାଳର ଜଣେ ୫୮ ବର୍ଷ ବୟସ୍କ ପୁରୁଷ , ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ବରର ୫୯ ବର୍ଷ ବୟସ୍କ ପୁରୁଷ ଅଛନ୍ତି। ଏହାଛଡ଼ା ପୁରୀର ଜଣେ ୭୬ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।

ଏବେ ରାଜ୍ୟରେ ମୋଟ୍ ୪୬୯୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୫୧ ରହିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୫୩ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.