Odisha Link
Bridging the Missing Links in Odisha

ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣଙ୍କୁ କରୋନା

ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା। ଏବେ ପୁଣି ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ହେଉଛନ୍ତି ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା। କରୋନାରେ ଆକ୍ରାନ୍ତ ହୋଇଥିବା ସମ୍ପର୍କରେ ଖୋଦ ଶ୍ରୀ ଜେନା ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ରିପୋର୍ଟ ପଜିଟିଭ ପରେ ସେ ହୋମ କ୍ୱାରେଣ୍ଟାଇନରେ ଥିବା କହିଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା କରାଇ ନେବାକୁ ଶ୍ରୀ ଜେନା ପରାମର୍ଶ ଦେଇଛନ୍ତି।

Comments are closed.