Odisha Link
Bridging the Missing Links in Odisha

ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ ଟେଷ୍ଟ

ଭୁବନେଶ୍ବର: ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ କରୋନା ଟେଷ୍ଟ ହୋଇଛି। ଗତ ୨୪ ଘଣ୍ଟା ଭିତରେ ୫୩ ହଜାର ୪୭୮ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥିମଧ୍ୟରୁ ୪୭,୫୧୨ ଜଣଙ୍କର ଆଣ୍ଟିଜେନ, ୫୮୪୯ଟି ଆରଟିପିସିଆର୍ ଓ ୧୧୭ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟା ଭିତରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬,୫୬୪ କୋରୋନା ନମୁନା ପରୀକ୍ଷା ହୋଇଛି।

ଗତ କିଛି ଦିନ ଧରି ରାଜ୍ୟରେ ରେକର୍ଡ ଟେଷ୍ଟ ହେଉଛି। ଗତକାଲି ୫୩ ହଜାର ୧୫ ନୂମନା ପରୀକ୍ଷା ହୋଇଥିଲା ବେଳେ ଗତ ୪ରୁ ୫ ଦିନ ହେବ ୫୦ ହଜାରରୁ ଅଧିକ ନମୂନା ପରୀକ୍ଷା କରାଯାଉଛି। ରାଜ୍ୟରେ ନମୁନା ପରୀକ୍ଷା ସଂଖ୍ୟା ଇତିମଧ୍ୟରେ ୧୦ଲକ୍ଷ ଟପିଯାଇଛି। କେବଳ ନମୁନା ପରୀକ୍ଷାରେ ବୃଦ୍ଧି ନୁହେଁ, ଦୈନିକ ଟେଷ୍ଟ ପଜିଟିଭ୍ ରେଟ୍‌ (ଟିପିଆର) ୫ରୁ ତଳକୁ ଖସି ଆସିଛି। କରୋନା ଲଢ଼େଇରେ ଏହା ରାଜ୍ୟ ପାଇଁ ଅତ୍ୟନ୍ତ ଖୁସି ଖବର।

Comments are closed.