Odisha Link
Bridging the Missing Links in Odisha

ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ନାହିଁ : ଅସିତ ତ୍ରିପାଠୀ

ଭୁବନେଶ୍ୱର : ଚଳିତ ବର୍ଷ ଲଘୁଚାପ ବର୍ଷା ଓ ତତଜନିତ ବନ୍ୟା ପରିସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସମୀକ୍ଷା କରିଛନ୍ତି। ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟ ସଚିବ ଶ୍ରୀ ତ୍ରିପାଠୀ କଥା ହୋଇଛନ୍ତି। ତେବେ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି। କିନ୍ତୁ ବନ୍ୟା ପରିସ୍ଥିତି ନାହିଁ ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫୮.୫ ମିମି ବର୍ଷା ହୋଇଛି। ୫ଟି ଜିଲ୍ଲାରେ ୧୦୦ ମିମିରୁ ଅଧିକ ଓ ୧୦ଟି ଜିଲ୍ଲାରେ ୫୦ ମିମିରୁ ଅଧିକ ବର୍ଷା ହୋଇଛି। କଟକ ଜିଲ୍ଲା ସାଲେପୁର ବ୍ଲକରେ ସର୍ବାଧିକ ୩୦୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ରାଜ୍ୟରେ ବର୍ତ୍ତମାନ କୌଣସି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି।

Comments are closed.