Odisha Link
Bridging the Missing Links in Odisha

କରୋନା: ଦେଶରେ ୨୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବିଗୁଡ଼ିଛି କରୋନା ସ୍ଥିତି। ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨୯ଲକ୍ଷ ୦୫ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ନୂଆ ୬୮,୮୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୯୮୩ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୬୨,୨୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୦୫,୮୨୩ ରେ ପହଁଞ୍ଚିଛି। ସେମଧ୍ୟରୁ ୫୪,୮୪୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୬,୯୨,୦୨୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨୧, ୫୮, ୯୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆାଶ୍ବସ୍ତିକର ଖବର।

ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

Comments are closed.