Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୨୮୧୯ ପିଜଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା। କରୋନା ସଂକ୍ରମଣକୁ ମୁକାବିଲା କରିବା ପାଇଁ ଅଧିକ ଟେଷ୍ଟିଂ କରାଯାଉଛି। ଯେଉଁଥିପାଇଁ ରାଜ୍ୟରେ ଅଧିକ ପଜିଟିଭ ଚିହ୍ନଟ ହେଉଛନ୍ତି। ଆଜି ରାଜ୍ୟର ୨୯ ଜିଲ୍ଲାରୁ ୨୮୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୫ଜଣ, ବରଗଡ଼ ଜିଲ୍ଲାରୁ ୧୩୬ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୬, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୨୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୦ଜଣ, ଗଜପତି ଜିଲ୍ଲାରୁ ୬୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୨ଜଣ,ଜଗତସିଂହପୁର ଜିଲ୍ଲାରୁ ୪୮ଜଣ, ଯାଜପୁର ଜିଲ୍ଲାରୁ ୧୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୩ଜଣ, କଳାହାଣ୍ଡି ଜିଲ୍ଲାରୁ ୫୫ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୨ଜଣ, କେନ୍ଦୁଝର ୭ଜଣ, କୋରାପୁଟ ଜିଲ୍ଲାରୁ ୮୧ଜଣ,ମାଲକାନଗିରି ଜିଲ୍ଲାରୁ ୮୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୬୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୪୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୫ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ମୋଟ ଆକ୍ରାନ୍ତ ସଂଖ୍ୟା ୭୫୫୩୭ରେ ପହଁଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୨୩୩୮୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.