କରୋନା: ରାଜ୍ୟରେ ଆଉ ୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। କରୋନାରେ ଆଜି ମୃତ୍ୟୁବରଣ କରିଥିବା ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯ରେ ପହଞ୍ଚିଛି। ରାଜ୍ୟରେ ଏବେ ମୋଟ୍ ୫୦୫୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୫୮୨ ରହିଛି।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।