Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୨୯୪୯ ପିଜଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା। କରୋନା ସଂକ୍ରମଣକୁ ମୁକାବିଲା କରିବା ପାଇଁ ଅଧିକ ଟେଷ୍ଟିଂ କରାଯାଉଛି। ଯେଉଁଥିପାଇଁ ରାଜ୍ୟରେ ଅଧିକ ପଜିଟିଭ ଚିହ୍ନଟ ହେଉଛନ୍ତି। ଆଜି ରାଜ୍ୟରେ ଜିଲ୍ଲାରୁ ୨୯୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୪୭୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୨୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୮୮ଜଣ, ବରଗଡ ଜିଲ୍ଲାରୁ ୬୨ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୭୯ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୨୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୩୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୪ଜଣ, କୋରାପୁଟ ଜିଲ୍ଲାରୁ ୧୮୧ଜଣ, ମାଲକାନଗିରି ଜିଲ୍ଲାରୁ ୭୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୯୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୬ଜଣ, ରାୟଗଡା ଜିଲ୍ଲାରୁ ୧୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୪ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୧ଜଣ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୬୬୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୪୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.