Odisha Link
Bridging the Missing Links in Odisha

ରାଜ୍ୟରେ ଆଜି ଠାରୁ ଲଘୁଚାପ ବର୍ଷା ଆରମ୍ଭ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ଠାରୁ ବର୍ଷା ପ୍ରକୋପ ଆହୁରି ବଢ଼ିବ। ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ନେଇ ସତର୍କ କରାଇ ଦେଇଛି ପାଣିପାଗ ବିଭାଗ।

ବର୍ଷାକୁ ନେଇ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ରହିଛି। ବିଶେଷ କରି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବୈତରଣୀ ଫୁଲିପାରେ। ଲଗାଣ ବର୍ଷାରେ ତଳି ଅଞ୍ଚଳ ଜଳମଗ୍ନ ହୋଇପାରେ। ଏହାକୁ ନେଇ ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରି ଦେଇଛି। ଜିଲ୍ଲାପାଳ, ତହସିଲଦାର ଓ ବିଡିଓଙ୍କୁ ସତର୍କ ରହିବା ସହ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା।

ପାଣିପାଗ ବିଭାଗ କହିଛି, ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଏହା ଆଜି ଉତ୍ତର ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ତା’ ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିବ ।

Comments are closed.