Odisha Link
Bridging the Missing Links in Odisha

କରୋନା : ରାଜ୍ୟରେ ୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ଆଜି କରୋନା ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, କଟକ, ଗଜପତି, ବାଲେଶ୍ବର ଓ ବଲାଙ୍ଗୀରରୁ ଜଣେ ଲେଖାଏଁ ରହିଛନ୍ତି।

Comments are closed.