Odisha Link
Bridging the Missing Links in Odisha

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ବର: ଯୁକ୍ତ ୨ କଳା ପରୀକ୍ଷା ଫଳ ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ବାହାରିବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପୂର୍ବରୁ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବାର ଥିଲା। ହେଲେ CHSEର ୨ ଜଣ କର୍ମଚାରୀ କୋରୋନା ପଜିଟିଭ ଚିହ୍ନଟ ପରେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ସୂଚନାଥାଉକି, କରୋନା ପାଇଁ ପରୀକ୍ଷାଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଛି। ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇ ସାରିିଛି।

Comments are closed.