Odisha Link
Bridging the Missing Links in Odisha

କରୋନା : ରାଜ୍ୟରେ ୨୭୫୨ ପଜିଟିଭି ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୭୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୩୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୦୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୪୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତ ଜିଲ୍ଲା ମଧ୍ୟରୁ ଅନୁଗୁଳରୁ ୨୩ , ବାଲେଶ୍ୱରରୁ ୧୨୯, ବରଗଡରୁ ୨୮, ଭଦ୍ରକରୁ ୫୮, ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୧୧, କଟକରୁ ୨୪୭, ଦେଓଗଡରୁ ୬, ଢେଙ୍କାନାଳରୁ ୧, ଗଜପତିରୁ ୬୦, ଗଞ୍ଜାମରୁ ୨୧୨, ଜଗତସିଂହପୁରରୁ ୧୦୧, ଯାଜପୁରରୁ ୨୧୭, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୯୭, କେନ୍ଦୁଝରରୁ ୨୮, ଖୋର୍ଦ୍ଧାରୁ ୪୨୩, କୋରାପୁଟରୁ ୧୭୪, ମାଲକାନଗିରିରୁ ୧୦୧, ମୟୁରଭଞ୍ଜରୁ ୧୩୭, ନବରଙ୍ଗପୁରରୁ ୨୭, ନୟାଗଡରୁ ୧୦୩, ନୂଆପଡ଼ାରୁ ୮, ପୁରୀରୁ ୧୪୪, ରାୟଗଡ଼ାରୁ ୧୭୭, ସମ୍ବଲପୁରରୁ ୫୫, ସୋନପୁରରୁ, ସୁନ୍ଦରଗଡ ଜିଲ୍ଲାରୁ ୪୪ଜଣ ରହିଛନ୍ତି।

ଏହା ସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୬୯୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୨୧୯୫୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.