Odisha Link
Bridging the Missing Links in Odisha

ବିପଦ ସଂକେତ ଟପିଲା ଜଳକା ନଦୀ

ବାଲେଶ୍ବର : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ରାଜ୍ୟର ପ୍ରମୁଖ ନଦୀମାନଙ୍କରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ୍ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବଢ଼ୁଛି।

ଉପର ମୁଣ୍ଡରେ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଦୁଇ ଦିନ ହେବ ଲଗାଣ ବର୍ଷା ହେବା ଫଳରେ ନଦୀର ଜଳସ୍ତର ବଢିବାରେ ଲାଗିଛି ନଦୀର ମଥାନୀଠାରେ ବିପଦ ସଙ୍କେତ ୫.୫୦ ଥିବାବେଳେ ସକାଳ ୬ ସୁଦ୍ଧା ୬.୪୯ ମିଟରରେ ଜଳ ପ୍ରବାହିତ ହେଉଛି ।

Comments are closed.