ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା
ଝାରସୁଗୁଡ଼ା: ବହୁ ଚର୍ଚ୍ଚିତ କଳ୍ପନା ଦାସ ଏବଂ ଝିଅ ବବଲି ଡବଲ ମର୍ଡର ମାମଲାରେ ମୁଖ୍ୟ ଅଭିଯୁକ୍ତ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା। ରାୟଗଡ଼ା ଜେଲର ଏନ କେ ଦେହରିଆ ଏନେଇ ସୂଚନା ଦେଇଛନ୍ତି। ପୂର୍ବତନ ବିଧାୟକ ଅନୁପ ସାଏ ଗତକାଲି ଗୁରୁତର ଅସୁସ୍ଥ ହୋଇଥିଲେ। ଗତକାଲି ଅପରାହଣରେ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା । ଜେଲ କର୍ତୃପକ୍ଷ ତୁରନ୍ତ ଅନୁପ ସାଏଙ୍କୁ ସରକାରୀ ହସ୍ପିଟାଲରେ ଭର୍ତି କରିଥିଲେ। ତେବେ ସ୍ୱାସ୍ଥ୍ୟବସ୍ଥା ଜଟିଳ ପରେ ରାୟଗଡ ସ୍ଥିତ ଫାର୍ଟିସ ହସ୍ପିଟାଲରେ ଭର୍ତି କରାଯାଇଥିଲା। ଏହା ପରେ ତାଙ୍କର କୋଭିଡ ପରୀକ୍ଷା କରାଯାଇଥିଲା। ଅନୁପ ସାଏ କରୋନା ପଜିଟିଭ ଥିବା ଜେଲର ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତ ଫେବୃୟାରୀ ୧୨ ତାରିଖରେ ଏକ ଡବଲ ମର୍ଡର ମାମାଲାରେ ଛତିଶଗଡ ପୁଲିସ ତାଙ୍କୁ ଗିରଫ କରିଥିଲା। କଳ୍ପନା ଦାସ ଓ ତାଙ୍କ ଛୋଟ ଝିଅ ବବଲି ହତ୍ୟାକାଣ୍ଡ ଘଟଣାର ଅଢେଇ ବର୍ଷ ପରେ ପୁଲିସ ଅନୁପ ସାଏଙ୍କୁ ଏହି ହତ୍ୟାକାଣ୍ଡରେ ସଂପୃକ୍ତି ଅଭିଯୋଗରେ ଗିରଫ କରିଥିଲା ।
Comments are closed.