Odisha Link
Bridging the Missing Links in Odisha

କରୋନା : ରାଜ୍ୟରେ ୩୩୭୧ ପଜିଟିଭି ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୬୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୫୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୩, ବାଲେଶ୍ୱରରୁ ୯୮, ବରଗଡ଼ରୁ ୯୮, ଭଦ୍ରକରୁ ୧୧୪, ବଲାଙ୍ଗୀରରୁ ୭୬, ବୌଦ୍ଧରୁ ୪, କଟକରୁ ୩୫୭, ଦେଓଗଡ଼ରୁ ୮, ଢେଙ୍କାନାଳରୁ ୬୭, ଗଜପତିରୁ ୪୧, ଗଞ୍ଜାମରୁ ୧୯୬, ଜଗତସିଂହପୁରରୁ ୯୫, ଯାଜପୁରରୁ ୧୭୩, ଝାରସୁଗୁଡ଼ାରୁ ୯୩, କଳାହାଣ୍ଡିରୁ ୨୮, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୭୬, କେନ୍ଦୁଝରରୁ ୭୪, ଖୋର୍ଦ୍ଧାରୁ ୫୪୭, କୋରାପୁଟରୁ ୯୧, ମାଲକାନଗିରିରୁ ୧୩୪, ମୟୁରଭଞ୍ଜରୁ ୯୨, ନବରଙ୍ଗପୁରରୁ ୬୫, ନୟାଗଡ଼ରୁ ୧୭୧, ନୂଆପଡ଼ାରୁ ୧୫, ପୁରୀରୁ ୧୪୪, ରାୟଗଡ଼ାରୁ ୧୪୬, ସମ୍ବଲପୁରରୁ ୧୦୭, ସୋନପୁରରୁ ୩, ସୁନ୍ଦରଗଡରୁ ୧୫୪ଜଣ ରହିଛନ୍ତି ।

ଏହା ସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୯୪୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.