Odisha Link
Bridging the Missing Links in Odisha

କରୋନା : ରାଜ୍ୟରେ ୩୨୫୨ ପଜିଟିଭି ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୯୨୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୮୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୬୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧, ବାଲେଶ୍ୱରରୁ ୭୮, ବରଗଡ଼ରୁ ୧୪୬, ଭଦ୍ରକରୁ ୭୬, ବଲାଙ୍ଗୀରରୁ ୬୪, ବୌଦ୍ଧରୁ ୩୮, କଟକରୁ ୩୨୩, ଦେଓଗଡ଼ରୁ ୭, ଢେଙ୍କାନାଳରୁ ୯୪, ଗଜପତିରୁ ୨୦, ଗଞ୍ଜାମରୁ ୧୬୯, ଜଗତସିଂହପୁରରୁ ୩୬, ଯାଜପୁରରୁ ୮୩, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୨, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୭୭, କେନ୍ଦୁଝରରୁ ୫୦, ଖୋର୍ଦ୍ଧାରୁ ୭୬୨, କୋରାପୁଟରୁ ୨୫, ମାଲକାନଗିରିରୁ ୨୧, ମୟୁରଭଞ୍ଜରୁ ୧୨୩, ନବରଙ୍ଗପୁରରୁ ୪୧,ନୟାଗଡରୁ ୧୨୦, ନୂଆପଡ଼ାରୁ ୨୫, ପୁରୀରୁ ୧୩୫, ରାୟଗଡ଼ାରୁ ୪୫୦ଜଣ, ସମ୍ବଲପୁରରୁ ୬୩, ସୋନପୁରରୁ ୩୮, ସୁନ୍ଦରଗଡ଼ରୁ ୯୪ ରହିଛନ୍ତି ।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.