Odisha Link
Bridging the Missing Links in Odisha

କରୋନାରେ ଆଉ ୧୨ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସ୍ଥିତି। ରାଜ୍ୟରେ ଏଥିମଧ୍ୟରେ ୧ଲକ୍ଷ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୨୪ ଘଣ୍ଟାରେ ଆଉ ୧୨ ଜଣଙ୍କର ଜୀବନ ହାନି ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

୧୨ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ଜଣେ, କଟକରୁ ଜଣେ, ଗଞ୍ଜାମରୁ ୪, ଯାଜପୁର , ମାଲକାନଗିରି, ନବରଙ୍ଗପୁର, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ। ଏହାସହ ରାୟଗଡା, ସୁନ୍ଦରଗଡରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧,୦୦,୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୯,୬୮୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦ ହଜାର ୭୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୪୮୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୧୭୩୧୫୫୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.