Odisha Link
Bridging the Missing Links in Odisha

ବନ୍ୟା କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶ ମାର୍ଗରୁ ଅନୁଶୀଳନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ବନ୍ୟା ପ୍ରଭାବିତମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ବନ୍ୟାଜନିତ ଲୋକଙ୍କ ଦୁର୍ଦ୍ଦଶା ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିମ୍ନୋକ୍ତ ଜରୁରୀ ସହାୟତା ଘୋଷଣା କରିଛନ୍ତି ।

ସେଗୁଡ଼ିକ ହେଲୋ- ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ସେମାନେ ଥିବା ପର୍ଯ୍ୟନ୍ତ ସମସ୍ତଙ୍କୁ ରନ୍ଧା ଖାଦ୍ୟ/ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।୨- ଗୁରୁତର ଭାବରେ କ୍ଷତିଗ୍ରସ୍ତ/ଜଳମଗ୍ନ ଗ୍ରାମର ପରିବାରବର୍ଗରୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ତୁରନ୍ତ ସହାୟତା ଯୋଗାଇ ଦିଆଯିବ । ୩- ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ଗୋଟିଏ ପଲିଥିନ ସିଟ୍ ଯୋଗାଇ ଦିଆଯିବ। ୪- ଏସଡିଆରଏଫ ନିୟମ ଅନୁଯୋୟୀ ଘରଭଙ୍ଗା ସହାୟତା ଦିଆଯିବ । ୧୫ ଦିନ ଭିତରେ ଜିଲ୍ଲାପାଳ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବେ ଏବଂ ପରବର୍ତ୍ତୀ ଏକ ସପ୍ତାହରେ ସହାୟତା ପ୍ରଦାନ କରାଯିବ। ୫- ଏସଡିଆରଏଫ ନିୟମ ଅନୁଯାୟୀ କ୍ଷତିଗ୍ରସ୍ତକୁ ଲୁଗାପଟା ଓ ବାସନକୁସନ ଦିଆଯିବ। ୬- ଏସଡିଆରଏଫ ନିୟମ ଅନୁଯାୟୀ ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ସହାୟତା ଦିଆଯିବ। ୭- କ୍ଷତିଗ୍ରସ୍ତ ଅଞ୍ଚଳରେ ପଶୁପକ୍ଷୀଙ୍କୁ ମାଗଣାରେ ଚିକିତ୍ସା ଓ ଟୀକାକରଣ ସୁବିଧା ମିଳବ । ୮- କ୍ଷତିଗ୍ରସ୍ତ ଅଞ୍ଚଳରେ ମାଗଣାରେ ପଶୁ ଚିକିତ୍ସା ଶିବିର ଖୋଲାଯାଇ ପଶୁପକ୍ଷୀଙ୍କ ଚିକିତ୍ସା କରାଯିବ । ଅନ୍ୟ ସମସ୍ତ କ୍ଷତିଗ୍ରସ୍ତ ଜିଲ୍ଲାମାନଙ୍କରେ ଏସଡିଆରଏଫ ନିୟମ ଅନୁଯାୟୀ ସହାୟତା ଯୋଗାଇ ଦିଆଯିବ।

Comments are closed.