Odisha Link
Bridging the Missing Links in Odisha

ଭଲ ଖବର: ଦିନକରେ ୪୦୫୩ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ୨୪ ଘଣ୍ଟାରେ ରାଜ୍ୟରୁ ସୁସ୍ଥ ହେଲେ ୪୦୫୩ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୭,୨୮୬ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ରାଜ୍ୟର ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୬୦୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡ଼ରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨, କଳାହାଣ୍ଡିରୁ ୧୬୫, ପୁରୀରୁ ୧୪୪ଳ, ନୟାଗଡ଼ରୁ ୧୪୧, ମୟୂରଭଞ୍ଜରୁ ୧୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏଥିସହିତ ମାଲକାନଗିରିରୁ ୧୨୦, ବରଗଡ଼ରୁ ୧୦୦, ସମ୍ବଲପୁରରୁ ୯୨, ବାଲେଶ୍ବରରୁ ୮୩, କନ୍ଧମାଳରୁ ୭୯, ଢେଙ୍କାନାଳରୁ ୬୬, ବଲାଙ୍ଗିରରୁ ୬୨, ନବରଙ୍ଗପୁରରୁ ୫୨, କେନ୍ଦ୍ରାପଡ଼ାରୁ ୫୦, ଗଜପତିରୁ ୪୮, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୩୫ ଜଣ ଲେଖାଏଁ, କେନ୍ଦୁଝରରୁ ୨୯, ଦେବଗଡ଼ ଓ ସୋନପୁରରୁ ୧୩ ଜଣ ଲେଖାଏଁ ସୁସ୍ଥ, ନୂଆପଡ଼ାରୁ ୯, ବୌଦ୍ଧରୁ ୬ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

Comments are closed.