Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୫ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡ଼ାରୁ ଜଣେ ଲେଖାଏ ଅକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.