ସ୍କୁଲ ଫି ବୃଦ୍ଧିର ଆପୋସ ସମାଧାନ କର : ହାଇକୋର୍ଟ

କଟକ : ରାଜ୍ୟରେ ବେସରକାରୀ ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗରେ ହାଇକୋର୍ଟ ଆଜି ତାଙ୍କ ରାୟ ଶୁଣାଇଛନ୍ତି। ଏହି ମାମଲାରେ ଆପୋସ ଆଲୋଚନା କରି ସମାଧାନ କରିବାକୁ ହାଇକୋର୍ଟ ରାୟ ଦେଇଛନ୍ତି। ଏହି ଘଟଣାରେ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅଭିଭାବକ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ବୈଠକ କରି ଆପୋସ ସମାଧାନ କରିବାକୁ ହାଇକୋର୍ଟ କହିଛନ୍ତି। ଏଥି ସହିତ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ମିଳିତ ବୈଠକ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।
ଅଭିଭାବକ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ଗଣଶିକ୍ଷା ସଚିବ ବୈଠକ କରିବେ। ବୈଠକରେ ଯାହା ନିଷ୍ପତ୍ତି ନିଆଯିବ ତାହା ହାଇକୋର୍ଟଙ୍କୁ ଅବଗତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଇକୋର୍ଟରେ ଆସନ୍ତା ସପ୍ତାହରେ ଏହି ମାମଲାର ପରବର୍ତ୍ତୀ ଶୁଣାଣୀ କରାଯିବ। ସୂଚନାଯୋଗ୍ୟ ବେସରକାରୀ ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗରେ ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା।