‘ସୋଆ’ ପକ୍ଷରୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକ
ଭୁବନେଶ୍ବର: ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ସୋଆ ପରିବାର ପକ୍ଷରୁ ତାଙ୍କ ଆତ୍ମାର ସଦଗତି କାମନା କରାଯାଇଛି। ଜାତୀୟ ରାଜନୀତିରେ ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଥିବା ସ୍ୱର୍ଗତ ମୁଖାର୍ଜୀ ଏକାଧାରରେ ଜଣେ ପ୍ରବୀଣ ରାଜନୀତିଜ୍ଞ ତଥା ଅର୍ଥନୀତିଜ୍ଞ ଥିଲେ।
ଏକ ଶୋକବାର୍ତାରେ ସ୍ୱର୍ଗତ ମୁଖାର୍ଜୀ ୨୦୧୭ ମସିହା ନଭେମ୍ବର ୨୨ ତାରିଖରେ ସୋଆ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ସ୍ମରଣ କରି ବିଶ୍ୱବିଦ୍ୟାଳୟ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା। ତାଙ୍କର ବକ୍ତବ୍ୟରେ ଉଚ୍ଚ ଶିକ୍ଷା ଅନୁଷ୍ଠାନ ଗୁଡିକ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚମାନର ଶିକ୍ଷା ଦାନ କରିବା ସହିତ ମାନବିକତା, ସହନଶୀଳତା ଓ ସନ୍ତୁଳିତ ଜ୍ଞାନ ଆହରଣର ଆଳୟ ହେବା ଆବଶ୍ୟକ ବୋଲି ସେ କହିଥିଲେ।
ଏହି ଉପଲକ୍ଷେ ଆୟୋଜିତ ଏକ ଶୋକସଭାରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ବିଭିନ୍ନ ଫ୍ୟାକଲ୍ଟିର ଡିନ ଓ ଅନ୍ୟାନ୍ୟ ଅଫିସର ବୃନ୍ଦ ଉପସ୍ଥିତ ଥିଲେ। ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଡିନ (ରିସର୍ଚ୍ଚ ଏଣ୍ଡ ଡେଭେଲପମେଂଟ) ଶୋକବାର୍ତା ପାଠ କରିଥିଲେ।
Comments are closed.