Odisha Link
Bridging the Missing Links in Odisha

ନାଳରେ ଭାସୁଛି ଅଚିହ୍ନା ଯୁବକଙ୍କ ମୃତଦେହ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ବାଣ୍ଠୁପଡା ଜରୁମାଲ ନାଳରେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି । ମୃତଦେହ ଦେଖିବା ପରେ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଭାସୁଥିବା ମୃତଦେହକୁ ଜବତ କରିଛି। ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ହସ୍ପିଟାଲକୁ ପଠାଇ ତଦନ୍ତ ଆରମ୍ଭ କରିଛି।

ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ । ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ।

Comments are closed.