Odisha Link
Bridging the Missing Links in Odisha

ଆସନ୍ତା ୨ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ। ଉପକୂଳ ଆନ୍ଧ୍ରପ୍ରଦେଶ ଓ ଉତ୍ତରରେ ଏକ ଘୂର୍ଣ୍ଣିବଳୟ ପ୍ରବାହ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନ ଠାରୁ ୨.୧ କିଲୋମିଟର ଉଚ୍ଚତାରେ ତାମିଲନାଡୁ ଉପକୂଳ ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏନେଇ ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଜାରି କରାଯାଇଛି।

ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଜିଲ୍ଲାମାନଙ୍କର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ମାଲକାନଗିରି, କୋରାପୁଟ, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅଗଷ୍ଟ ୪ ତାରିଖ ଅପରାହ୍ନ ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଗଜପତି, ରାୟଗଡା, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଏବଂ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

Comments are closed.