Odisha Link
Bridging the Missing Links in Odisha

୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ବର : ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ଲୋକସଭା କାର୍ଯ୍ୟକାଳକୁ ଦେଖିବା ପରେ ହିଁ ଏ ନେଇ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି କହିଛନ୍ତି। ବର୍ତ୍ତମାନ ରାଜସ୍ଥାନରେ ବିଧାନସଭା ବସିଛି। ଲୋକସଭା ବାଚସ୍ପତି ଓ ସଚିବଙ୍କ ସହ କଥା ହୋଇଛି ବୋଲି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ଗାଇଡ୍ ଲାଇନ୍ ଆସିବା ପରେ ଆମ ରାଜ୍ୟର କୋଭିଡ୍ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ କିପରି ବିଧାନସଭା ବସିବ ।

Comments are closed.