Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ , ରାୟଗଡ଼ା ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

Comments are closed.