Odisha Link
Bridging the Missing Links in Odisha

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଫଳାଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଭୟ ବିଭାଗର ପରୀକ୍ଷାଫଳକୁ ଉନ୍ମୋଚନ କରିବେ।

ପରେ ଛାତ୍ରଛାତ୍ରୀ www.orissaresults.nic.in ଓ୍ୱେବ୍ ସାଇଟ୍ ରେ ସେମାନଙ୍କ ରୋଲ୍ ନମ୍ବର ଓ ଆବଶ୍ୟକ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତ ବର୍ଷ ୨ ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀ କଳା ବିଭାଗରେ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୮ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

Comments are closed.