Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୮ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୭ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା,କୋରାପୁଟ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.