Odisha Link
Bridging the Missing Links in Odisha

କରୋନା : ରାଜ୍ୟରେ ୩୮୬୧ ପଜିଟିଭି ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୮୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୯୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୦, ବାଲେଶ୍ୱରରୁ ୧୦୫, ବରଗଡ଼ରୁ ୧୭୬, ଭଦ୍ରକରୁ ୭୪, ବଲାଙ୍ଗୀରରୁ ୭୫, ବୌଦ୍ଧରୁ ୨୨, କଟକରୁ ୩୮୬, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୭୪, ଗଜପତିରୁ ୧୪, ଗଞ୍ଜାମରୁ ୯୧, ଜଗତସିଂହପୁରରୁ ୮୬, ଯାଜପୁରରୁ ୨୮୫, ଝାରସୁଗୁଡ଼ାରୁ ୧୯୯, କଳାହାଣ୍ଡିରୁ ୨୮, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୮୩, କେନ୍ଦୁଝରରୁ ୬୬, ଖୋର୍ଦ୍ଧାରୁ ୭୬୭, କୋରାପୁଟରୁ ୮୬, ମାଲକାନଗିରିରୁ ୩୩୩, ମୟୁରଭଞ୍ଜରୁ ୧୨୨, ନବରଙ୍ଗପୁରରୁ ୪୪, ନୟାଗଡରୁ ୫୭, ନୂଆପଡ଼ାରୁ ୪୮, ପୁରୀରୁ ୨୦୦, ରାୟଗଡ଼ାରୁ ୧୫୩ଜଣ, ସମ୍ବଲପୁରରୁ ୭୭, ସୋନପୁରରୁ ୧୧୭, ସୁନ୍ଦରଗଡ଼ରୁ ୯୬ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୪୦ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୯୧୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୩୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.